www.samajalive.in
Thursday, December 11, 2025
27.1 C
Bhubaneswar

ପ୍ରବଳ ବର୍ଷା ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏଥିପାଇଁ ୨୩ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼଼, ଅନୁଗୁଳ, ଖୋର୍ଦ୍ଧା, ପୁରୀ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, କନ୍ଧମାଳ, ଯାଜପୁର, ମୟୁରଭଞ୍ଜ ଓ ସୁନ୍ଦରଗଡ଼଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼଼, ଢ଼େଙ୍କାନାଳ, ରାୟଗଡ଼଼ା, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୨ ତାରିଖରୁ ୨୩ ତାରିଖ ମଧ୍ୟରେ ୧୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ , ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ପୁରୀ, ଖୋର୍ଦ୍ଧା , ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

Related Articles

Popular Categories