www.samajalive.in
Monday, December 8, 2025
14.1 C
Bhubaneswar

ଉତ୍ତରପ୍ରଦେଶ: ଦ୍ବିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଆଜି ଉତ୍ତରପ୍ରଦେଶରେ ଲଗାତାର ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଯୋଗୀ ଆଦିତ୍ୟନାଥ। ଲକ୍ଷ୍ନୌ ସ୍ଥିତ ଭାରତରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀ ଇକାନା କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସେହିପରି ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ଭାବେ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଶପଥଗ୍ରହଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଏବଂ ଉପମୁଖ୍ୟ ମନ୍ତ୍ରୀ ଭାବେ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଶପଥ ନେଇଛନ୍ତି।
ଏହି ଶପଥଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଜେପି ସଭାପତି ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗଦେଇଛନ୍ତି। ସେହିପରି ବହୁ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ବିଜେପି ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି। ଗତ ୩୫ ବର୍ଷ ମଧ୍ୟରେ ଉତ୍ତରପ୍ରଦେଶ ରାଜନୀତିରେ କୌଣସି ଦଳକୁ ଲଗାତାର ଦ୍ବିତୀୟ ଥର ବହୁମତ ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗଢିବାକୁ ସକ୍ଷମ ହୋଇଛନ୍ତି।

ଗୁରୁବାର ଲକ୍ଷ୍ନୌରେ ବିଜେପି ବିଧାୟକ ଦଳର ବୈଠକ ବସିଥିଲା। ସେଥିରେ ବିଜେପିର ନବନିର୍ବାଚିତ ବିଧାୟକ ଓ ବିଧାନ ପରିଷଦର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ, ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ, ରାଧାମୋହନ ସିଂହ, କେଶବ ପ୍ରସାଦ ମୌର୍ଯ୍ୟ, ଦିନେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ । ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହେବା ପରେ ଆଦିତ୍ୟନାଥ ରାଜଭବନ ଯାଇ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କୁ ଭେଟି ସରକାର ଗଠନ ଲାଗି ଦାବି ଜଣାଇଥିଲେ। ଆଜି ଆଜି ଉତ୍ତରପ୍ରଦେଶରେ ଲଗାତାର ଦ୍ୱିତୀୟଥର ପାଇଁ ଯୋଗୀ ଆଦିତ୍ୟ ନାଥ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଜ୍ୟପାଳ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories