www.samajalive.in
Wednesday, December 10, 2025
23.1 C
Bhubaneswar

ଏସସିବିରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ସମାଜଲାଇଭ ଡେସ୍କ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଉଛି ଆଇସିୟୁ ଆଟେଣ୍ଡାଣ୍ଟ ମାନସ ରଞ୍ଜନ ପତି ଓ ତା’ ଘର ଯାଜପୁର ଅଞ୍ଚଳରେ।

ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ, ଗତ ରବିବାର ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଆଇସିୟୁରେ ଥିବା ସମୟରେ ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ଆଇସିୟୁରେ ପଶି ତାଙ୍କୁ ଅସଦାଚରଣ କରିଥିଲେ। ଅନ୍ୟପଟେ ଏଭଳି ଅଭିଯୋଗ ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାଜ୍ୟର ସବୁଠୁ ବଡ଼ ଡାକ୍ତରଖାନାରେ ରୋଗୀ କେତେ ସୁରକ୍ଷିତ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories