www.samajalive.in
Monday, December 15, 2025
26.1 C
Bhubaneswar

ଏସସିବିରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ସମାଜଲାଇଭ ଡେସ୍କ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଉଛି ଆଇସିୟୁ ଆଟେଣ୍ଡାଣ୍ଟ ମାନସ ରଞ୍ଜନ ପତି ଓ ତା’ ଘର ଯାଜପୁର ଅଞ୍ଚଳରେ।

ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁସାରେ, ଗତ ରବିବାର ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଆଇସିୟୁରେ ଥିବା ସମୟରେ ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ଆଇସିୟୁରେ ପଶି ତାଙ୍କୁ ଅସଦାଚରଣ କରିଥିଲେ। ଅନ୍ୟପଟେ ଏଭଳି ଅଭିଯୋଗ ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାଜ୍ୟର ସବୁଠୁ ବଡ଼ ଡାକ୍ତରଖାନାରେ ରୋଗୀ କେତେ ସୁରକ୍ଷିତ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories