www.samajalive.in
Monday, December 15, 2025
15.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଯୁବକ ମୃତ

ଫୁଲବାଣୀ: ଖଜୁରୀପଡ଼ା ଥାନା ଅନ୍ତର୍ଗତ ଖୁସି ଢ଼ାବା ନିକଟରେ ଏକ ବାଇକ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଖଜୁରୀପଡା ଥାନା ଦଳପଡା ପଞ୍ଚାୟତ ବ୍ରଡିଗୁଡ଼ା ଗ୍ରାମର ଆଲୋକ କହଁର (୨୫)।

ସୂଚନା ମୁତାବକ, ଆଲୋକ କୌଣସି କାମରେ ଖଜୁରୀପଡ଼ା ଯାଇ ସେଠାରୁ ନିଜ ବାଇକ ଯୋଗେ ଫୁଲବାଣୀ ଆଡକୁ ଆସୁଥିବା ବେଳେ ଖୁସି ଢ଼ାବା ନିକଟସ୍ଥ ତେନ୍ତୁଳି ବାଙ୍କରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ତାଙ୍କୁ ଉଦ୍ଧାର କରି ଖଜୁରୀପଡ଼ା ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକଙ୍କ ମା ଦ୍ରୌପଦୀଙ୍କ ଏତଲା କ୍ରମେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories