www.samajalive.in
Friday, December 12, 2025
14.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଯୁବକ ମୃତ

ପାଟଣା: ଘଟଗାଁ ବ୍ଲକ ଅନ୍ତର୍ଗତ ତୋରାଣି ପୋଖରୀ ନିକଟରେ ଗତକାଲି ଅପରାହ୍ନରେ ଅଜଣା ଗାଡ଼ି ଧକ୍କାରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ଯୁବକ ପ୍ରାଣ ହରାଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଦୁର୍ଘଟଣାରେ ପୋଇପାଣି ଗ୍ରାମର ବାଣେଶ୍ୱର ବେହେରା(୨୭) ଓ ଲମ୍ବୋଦର ବେହେରା ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଅଧିକ ସଙ୍କଟାପନ୍ନ ଥିବା ବାଣେଶ୍ୱରଙ୍କୁ କଟକ ବଡ ଡାକ୍ତରଖାନା ନିଆଯାଉଥିବା ସମୟରେ ଆନନ୍ଦପୁର ନିକଟରେ ବାଣେଶ୍ୱର ପ୍ରାଣ ହରାଇଥିବା ସୂଚନା ମିଳିଛି। ଲମ୍ବୋଦର ଏବେ କେନ୍ଦୁଝରରେ ଚିକିତ୍ସାଧୀନ ଅଛନ୍ତି। ଢେଙ୍କିକୋଟ ପୁଲିସ ଘଟଣାର ତଦନ୍ତ କରିବା ସହ ଘଟଗାଁ ଥାନାରେ ଏକ ମାମଲା(୧୩୩/୨୦୨୫) ରୁଜୁ ହୋଇଛି।

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories