www.samajalive.in
Sunday, December 14, 2025
26.1 C
Bhubaneswar

ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡା ପଞ୍ଚାୟତର ଗୁରୁତୁଲୀ ନିକଟ ମିଲ ପାଖରେ ଏକ ଚାରି ଚକିଆ ଯାନ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କାଣ୍ଡାକରା ଗ୍ରାମର ରାମଚନ୍ଦ୍ର କାଡ୍ରାକା(୩୦)। କୌଣସି କାର୍ଯ୍ୟରେ ସେ ଶିକରପାଇ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଗାଡି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ଯାହାଫଳରେ ଘଟଣାସ୍ଥଳରେ ରାମଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଦୁର୍ଘଟଣା ଘଟାଇଥିବା ଗାଡ଼ି ଓ ଚାଳକଙ୍କୁ ଧରିବା ସହିତ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଲୋକେ ରାସ୍ତାରୋକୋ କରିଥିଲେ। ଖବର ପାଇ ସ୍ଥାନୀୟ ପୁଲିସ ଅଧିକାରୀ ନୀଳକଣ୍ଠ ବେହେରା ଓ ଏସଆଇ ଶିଵ ସାହୁ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିଥିଲେ। କିନ୍ତୁ ଲୋକେ ନିଜ ଜିଦରେ ଅଟଳ ରହିଥିଲେ। ରାତି ସୁଦ୍ଧା ଲୋକମାନେ ରାସ୍ତାରୁ ହଟି ନ ଥିବା ସୂଚନା ମିଳିଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories