www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ ଧକ୍କାରେ ଯୁବକ ଗୁରୁତର

ବାସୁଦେବପୁର: ବାସୁଦେବପୁର ସହରର ଟ୍ରାଫିକ ଛକ କାଳୀ ମଣ୍ଡପ ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ଜଣକ ଗୁଆଗଡିଆ ଗ୍ରାମର ବୈରାଗୀ ନାୟକଙ୍କ ପୁଅ ପରେଶ କୁମାର ନାୟକ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ପରେଶଙ୍କ ଦୁଇ ଗୋଡ ଉପରେ ଟ୍ରକ ଚଢିଯାଇଥିବା ପ୍ରତ୍ୟକ୍ଷଦର୍ଶୀଙ୍କଠାରୁ ସୂଚନା ମିଳିଛି। ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ସ୍ଥଳରେ ଟ୍ରକକୁ ଅଟକ ରଖିଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି। କାଳୀପୂଜା ପାଇଁ ସହରରେ ବହୁ ଭିଡ ଲାଗିଥିବାବେଳେ ଧାମରା ବନ୍ଦରକୁ ଯାତାୟାତ କରୁଥିବା ମାଲବାହୀ ଟ୍ରକଗୁଡିକର ବେପରୁଆ ଗାଡିଚାଳନା ଯୋଗୁ ବାରମ୍ବାର ଏହିପରି ଦୁର୍ଘଟଣା ଘଟୁଛି, ଯାହାକୁ ନେଇ ଜନ ଅସନ୍ତୋଷ ବୄଦ୍ଧି ପାଇବାରେ ଲାଗିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories