www.samajalive.in
Monday, December 8, 2025
24.1 C
Bhubaneswar

ଖାରବେଳଙ୍କୁ ଆକ୍ରମଣ କରିଥିବା ଯୁବକ ଗିରଫ, ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ : ଏସ୍‍ପି

କୋରାପୁଟ : ଉତ୍କଳ ଭାରତର ରାଜ୍ୟ ସଭାପତି ଐର ଖାରବେଳ ସ୍ୱାଇଁଙ୍କୁ ଆକ୍ରମଣ କରିଥିବା ଯୁବକକୁ ଗିରଫ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାୟଗଡ଼ା ଜିଲା ଆରକ୍ଷୀ ଅଧିକ୍ଷକ ରାହୁଲ ପିଆର ଆଜି କୋରାପୁଟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଜିଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ରାହୁଲ ପ୍ରକାଶ କରିଥିଲେ ଯେ ଆଜି କାଶୀପୁରରେ ଅପରାହ୍ଣରେ ଆୟୋଜିତ ବୈଠକରେ ଉତ୍କଳ ଭାରତର ସଭାପତି ଶ୍ରୀ ସ୍ୱାଇଁ ଯୋଗ ଦେଇଥିବାବେଳେ ସୁମନ୍ତ ନାୟକ ନାମକ ଯୁବକ ତାଙ୍କୁ ଆକ୍ରମଣ କରିଥିଲା। ଏହି ଅଭିଯୋଗ ମିଳିବା ପରେ ପୁଲିସ ତାଙ୍କୁ ଗିରଫ କରିଛି। ଏଥିରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ଗିରଫ କରିବା ପାଇଁ ତଦନ୍ତ ଚାଲିଛି। ଗିରଫ ଯୁବକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories