www.samajalive.in
Sunday, December 7, 2025
26.1 C
Bhubaneswar

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ଆକ୍ରମଣ, ଯୁବକ ଗୁରୁତର

ପୁରୀ: ଶ୍ରୀମନ୍ଦିର ନିକଟ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଜଣେ ଯୁବକଙ୍କୁ ଖଣ୍ତାରେ ଆକ୍ରମଣ କରାଯାଇଛି। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ସଦର ମେଡିକାଲରେ ଭର୍ତ୍ତି କରାଯାଇଛି। ଯୁବକ ଜଣକ ଦାଣ୍ଡିମାଳ ସାହିର ଶୁଭମ୍ ପରିଡା ବୋଲି ଜଣାପଡିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଅଘଟଣ ଘଟିଥିବା ଜଣାପଡିଛି। ସୂଚନା ଅନୁଯାୟୀ ବୁଧବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ଶ୍ରୀକୃଷ୍ଣ ସିନେମା ଗଳିରେ ଶୁଭମ ଛିଡା ହୋଇଥିଲେ । ଦୁଇ ଜଣ ଦୁର୍ବୃତ୍ତ ହଠାତ ସେଠାରେ ପହଞ୍ଚି  ଅତର୍କିତ ଭାବେ ଗୋଡାଇ ଗୋଡାଇ ଖଣ୍ଡାରେ ଆକ୍ରମଣ କରିଥିଲେ । ଆକ୍ରମଣ ବେଳେ ରାସ୍ତାରେ ଯାଉଥିବା ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ । ଆକ୍ରମଣରେ ଶୁଭମଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories