ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ବସ୍ତା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଛାନୁଆ ଗାଁ ସ୍କୁଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ଜଗତସିଂହପୁର ଅଞ୍ଚଳର ବୋଲି ଜଣାପଡିଛି। ଆଜି ସକାଳେ ମୃତଦେହ ପଡିଥିବା ଦେଖି କିଛି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି। ମୃତ ଯୁବକଙ୍କ ଦେହର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି। ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।
Popular Categories



