www.samajalive.in
Sunday, December 7, 2025
13.1 C
Bhubaneswar

କୀଟନାଶକ ଔଷଧ ସେବନ କରି ଯୁବକର ମୃତ୍ୟୁ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। କୀଟନାଶକ ଔଷଧ ସେବନ କରି ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ନିର ନେମାଲପୁରୀ ବୋଲି ଜଣାପଡିଛି।  ଘରୋଇ କଳିକୁ ନେଇ ମଙ୍ଗଳବାର ଦିନ ଘରେ କେହି ନ ଥିବା ବେଳେ ନୀର  କପା ଔଷଧ ଖାଇଦେଇଥିଲେ । ପରେ ପରିବାର ଲୋକେ ଜାଣି ତାଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories