www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକ ଧକ୍କାରେ ଯୁବକ ମୃତ, ପ୍ରତିବାଦରେ ରାସ୍ତାରୋକ

ହରଭଙ୍ଗା: ବୌଦ୍ଧ ଥାନା ହରଭଙ୍ଗା ବ୍ଲକ ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା। ରାମଚନ୍ଦ୍ରପୁର ପେଟ୍ରୋଲ ପମ୍ପ ନିକଟରେ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ବୀରନରସିଂହପୁର ଗାଁର ରମାକାନ୍ତ ଡାଙ୍ଗ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ସୋମବାର ରାତି ପ୍ରାୟ ୧୦ଟା ସମୟରେ ରମାକାନ୍ତ ଏକ ବାଇକରେ ଆସୁଥିବାବେଳେ ଚାରି ଛକ ପଟୁ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା।  ଫଳରେ ବାଇକ ଚାଳକଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା । ଉତ୍ତ୍ୟକ୍ତ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ । ପରେ ଖବର ପାଇ ବୌଦ୍ଧ ଥାନା ପୁଲିସ, ହରଭଙ୍ଗା ତହସିଲଦାର ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ । ରାତିରେ ରାସ୍ତାରୋକ ଫଳରେ ରାସ୍ତାର ଉଭୟ ପାର୍ଶ୍ଵରେ ଶହ ଶହ ଗାଡି ମଟର ଅଟକି ରହିଥିଲା । ହରଭଙ୍ଗା ତହସିଲଦାର ସମସ୍ତ ଆର୍ଥିକ ସାହାଯ୍ୟ ସହଯୋଗ ଯୋଗାଇ ଦେବାର ପ୍ରତିଶୃତି ଦେବା ପରେ ରାସ୍ତାରୋକ ହଟିଥିଲା ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories