www.samajalive.in
Saturday, December 6, 2025
23.1 C
Bhubaneswar

ମହାନଦୀକୁ ଡେଇଁ ଯୁବକ ନିଖୋଜ, ଦମକଳ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି

ବାଙ୍କୀ : କଟକ ଜିଲ୍ଲା ଜାତମୁଣ୍ଡିଆ ସୁବର୍ଣ୍ଣପୁର ବ୍ରିଜ୍‌ରୁ ଜଣେ ଯୁବକ ମହାନଦୀକୁ ଡେଇଁ ପଡ଼ିଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣକ ମହାନଦୀକୁ ଡେଇଁ ପଡ଼ିଥିଲେ। ଯୁବକ ଜଣକ ସୁଣ୍ଠିପାଳ ଗାଁର ବନମାଳୀ ରାଉତ(୨୫)ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ଯୁବକ ଜଣକ ଘରକୁ ଫେରିଥିଲେ। ଏହାପରେ ଘରେ ଖାଇ ପିଇ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ବାଇକ୍ ଧରି ସେ ମହାନଦୀ ବ୍ରିଜ୍‌କୁ ଆସିଥିଲେ। ବ୍ରିଜ୍ ଉପରେ ବାଇକ୍, ଚପଲ ରଖି ମହାନଦୀକୁ ଡେଇଁ ପଡ଼ିଥିଲେ। କେଉଁ କାରଣ ପାଇଁ ସେ ଏଭଳି ନିଷ୍ପତ୍ତି ନେଲେ ତାହା ଜଣାପଡ଼ିନାହିଁ। ଆଜି ସକାଳେ ପୁଲିସ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି କିନ୍ତୁ ବର୍ତ୍ତମାନ ସୁଦ୍ଧା ଯୁବକଙ୍କ କୌଣସି ପତ୍ତା ମିଳିପାରିନାହିଁ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories