www.samajalive.in
Sunday, December 14, 2025
26.1 C
Bhubaneswar

କୋକସରା ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ରେଡ଼କ୍ରସ ପ୍ରଶିକ୍ଷଣ ଶିବିର

କୋକସରା : କୋକସରା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ରେଡ଼କ୍ରସ ଆଭିମୁଖ୍ୟ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପୁଷ୍ପରାଜ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ ଯୋଗ ଦେଇ ଯୁବ ରେଡ଼କ୍ରସର ପତକା ଉତ୍ତଳୋନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ତଥା ଯୁବ ରେଡ଼କ୍ରସ ପରାମର୍ଶଦାତା ମୋହନ ଚରଣ ବିଷି, ସମ୍ମାନିତ ଅତିଥି ଭାବେ କୋକସରା ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା, ଅଧ୍ୟାପକ ଜଗନ ଚନ୍ଦନି, ଅଧ୍ୟାପକ ଐରୀ ନାଶନ ଚିନ୍ଦା ମଞ୍ଚାସୀନ ହୋଇଥିଲେ।
ଏହି ଅବସରରେ ଅତିଥିମାନେ ସ୍ବେଛାସେବୀ ଛାତ୍ରଛାତ୍ରୀଙ୍କୁ ଯୁବ ରେଡ଼କ୍ରସର ଶପଥ ପାଠ କରାଇଥିଲେ।ରେଡ଼କ୍ରସର ଇତିହାସ ଓ ବିକାଶ, ମୌଳିକ, ନୀତି, ଚି଼ହ୍ନ, ପ୍ରାଥମିକ ଚିକିତ୍ସା, ରକ୍ତଦାନର ମହତ୍ତ୍ୱ ଓ ସମାଜ ଗଠନରେ ଯୁବ ରେଡ଼କ୍ରସ ସ୍ବେଛାସେବୀ ମାନଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ। ଅଧ୍ୟାପକ ତଥା ମହାବିଦ୍ୟାଳୟର ଯୁବ ରେଡକ୍ରସ ପରାମର୍ଶଦାତା ସୁବ୍ରତ କୁମାର ବେହେରା ଅତିଥି ପରିଚୟ ଦେଇ ମଞ୍ଚ ପରିଚାଳନା କରିଥିଲେ। ଅଧ୍ୟାପିକା ବେଦମୟୀ ବାରିକ ସ୍ୱାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପିକା କନକ ମଞ୍ଜରି ବେହରା ଧନ୍ୟବାଦ ଦେଇଥିଲେ। ଏହି ସମୟରେ ଯୁବ ରେଡ଼କ୍ରସର ସ୍ୱେଚ୍ଛାସେବୀ, ମହାବିଦ୍ୟାଳୟ ଛତ୍ରଛାତ୍ରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories