www.samajalive.in
Sunday, December 14, 2025
19.1 C
Bhubaneswar

ଯୁବ ରେଡ଼କ୍ରସର ଜିଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

ଫୁଲବାଣୀ : ସ୍ଥାନୀୟ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜିଲା ସ୍ତରୀୟ ଯୁବ ରେଡ଼କ୍ରସର କାର୍ଯ୍ୟକାରିଣୀ ବୈଠକ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼.ସୁବାଷ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଯୁବ ରେଡ଼କ୍ରସ ସଂପାଦକ ସୁକାନ୍ତ କୁମାର ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ। ବୈଠକରେ ବିଭିନ୍ନ ପ୍ରକାର ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରାଯାଇଥିଲା । ଅବସରପ୍ରାପ୍ତ ଅଧ୍ୟାପକ ଡ଼ ପ୍ରସନ୍ନ କୁମାର ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଜିଲା ସଂଯୋଜକ ଡ.ବିଭୁୂତି ଭୁୂଷଣ ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଚଳିତ ବର୍ଷର ପ୍ରସ୍ତାବିତ କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ। ନିଜର ଭବିଷ୍ୟତ ଯୋଜନା ଏବଂ ସୁବିଧା ଅସୁବିଧା ଉପରେ ଆଲୋଚନା କରିଥିଲେ । ଚଳିତ ଶିକ୍ଷାବର୍ଷରେ ସମସ୍ତ ରେଡ଼କ୍ରସ ୟୁନିଟ୍ ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜନ କରିବା, ଚାରା ରୋପଣ ଓ ବିଭିନ୍ନ ପ୍ରକାର ସଚେତନତା ମୂଳକ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। କାର୍ଯ୍ୟକ୍ରମରେ ବିଭିନ୍ନ ମହାବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଏବଂ ଅନ୍ୟ କର୍ମଚାରୀ ମାନେ ଯୋଗଦେଇଥିଲେ। ସ୍ୱେଚ୍ଛାସେବୀ ବିଦୁସ୍ମିତା ପାଢୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଅଧ୍ୟାପିକା ଲିପିକା ମହାନ୍ତି, ସ୍ମୃତି ଯୋଗୀ, ବର୍ଷାରାଣୀ ପୃଷ୍ଟିଙ୍କ ସମେତ ଯୁବ ରେଡ଼କ୍ରସର ସମସ୍ତ ସ୍ୱେଚ୍ଛାସେବୀ ମାନେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories