www.samajalive.in
Tuesday, December 9, 2025
15.1 C
Bhubaneswar

ଯୁବ ରେଡକ୍ରସ୍ ତାଲିମ କାର୍ଯ୍ୟକ୍ରମ

ରେଙ୍ଗାଲି : ସ୍ଥାନୀୟ ସୂରଜମଲ୍ ମହାବିଦ୍ୟାଳୟ ପରିସରରେ ଯୁବ ରେଡକ୍ରସ୍ ପକ୍ଷରୁ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ.ମନୋଜ କୁମାର ପ୍ରଦୀପ ପ୍ରଜ୍ଜଳନ କରି ସ୍ୱାସ୍ଥ୍ୟ ଓ ଜୀବନ ସୁରକ୍ଷା ଉପରେ ରେଡକ୍ରସର  ଭୂମିକା ଉପରେ ଆଲୋକପାତ କରିଥିଲେ। ଅଧ୍ୟାପକ ସୁଜିତ କୁମାର ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ  ସ୍ୱେଚ୍ଛାସେବୀ ହେବା ପାଇଁ ଛାତ୍ର ଛାତ୍ରୀମାନଙ୍କୁ ଆହ୍ଵାନ ଦେଇଥିଲେ। ଯୁବ ରେଡକ୍ରସର ସଂଯୋଜିକା ଅଧ୍ୟାପିକା ରଞ୍ଜିତା ପଟ୍ଟନାୟକ ଯୁବ ରେଡକ୍ରସର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବ ରେଡକ୍ରସର ସଂଯୋଜକ ଅଧ୍ୟାପକ ଓମ୍ ପ୍ରକାଶ ଷଡ଼ଙ୍ଗୀ ସ୍ଵାଗତ ଭାଷଣ ଦେଇଥିବା ବେଳେ ଯୁବ ରେଡକ୍ରସର ସଦସ୍ୟ ଅଧ୍ୟାପକ ନରେନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories