www.samajalive.in
Sunday, December 7, 2025
15.1 C
Bhubaneswar

ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ

ସମାଜ ଡିଜିଟାଲ ଡେସ୍କ: ଜଣେ ୧୭ ବର୍ଷୀୟା ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ କରାଯାଇଛି। ନାବାଳିକାଙ୍କ ସହିତ ଭିଡିଓ ଶୁଟ୍‌ କରୁଥିବା ଯୁବକ ହିଁ ତାଙ୍କୁ ଦୁଷ୍କର୍ମ କରିଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉତ୍ତରପ୍ରଦେଶର ଗୋରଖପୁର ଅନ୍ତର୍ଗତ ଖୋରାବର ଅଞ୍ଚଳରେ ଏହି ଘଟଣା ଘଟିଛି।

ସୂଚନା ଅନୁସାରେ, ନାବାଳିକା ୟୁଟ୍ୟୁବର ଭିନ୍ନ ଭିନ୍ନ ଭିଡିଓ ପ୍ରସ୍ତୁତ କରି ସାମାଜିକ ଗଣମାଧ୍ୟମ ଇନଷ୍ଟାଗ୍ରାମ ଏବଂ ୟୁଟ୍ୟୁବରେ ପୋଷ୍ଟ କରନ୍ତି। ନିକଟରେ ସେ ଏକ କ୍ଲବକୁ କିଛି ଭିଡିଓ ଶୁଟ୍ କରିବାକୁ ଯାଇଥିଲେ। ତାଙ୍କ ସାଥିରେ ଭିଡିଓ ଶୁଟ୍ କରିବା ପାଇଁ ଜ​‌ଣେ ବ୍ଲଗର ମଧ୍ୟ ରହିଥିଲେ। ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଭିଡିଓ ଶୁଟିଂ ହୋଇଥିଲା। ଏହା ପରେ ବ୍ଲଗର ଜଣକ ନାବାଳିକାଙ୍କୁ ମୃଦୁ ପାନୀୟ ପିଇବାକୁ ଦେଇଥିଲେ।

- Advertisement -

ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ, ମୃଦୁ ପାନୀୟ ପିଇବା ପରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ଏହା ପରେ ଅଭିଯୁକ୍ତ ତାଙ୍କୁ ଏକ ହୋଟେଲ ରୁମକୁ ନେଇ ସେଠାରେ ଦୁଷ୍କର୍ମ କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ଅଭିଯୁକ୍ତର ଅନ୍ୟ ୨ ସହଯୋଗୀଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରି ପୁଲିସ ସେମାନଙ୍କୁ ଖୋଜୁଥିବା ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories