www.samajalive.in
Monday, December 15, 2025
17.1 C
Bhubaneswar

ଯୁବରେଡକ୍ରସ ପ୍ରଶିକ୍ଷଣ ଶିବିର ଉଦଯାପିତ

ଗୁରୁଡିଝାଟିଆ : ଶ୍ରୀ ଶ୍ରୀ ଧବଳେଶ୍ୱର ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଯୁବରେଡକ୍ରସ କ୍ଲଷ୍ଟରସ୍ତରୀୟ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଛି । ଉଦଯାପନୀ ଉତ୍ସବରେ ଉପସ୍ଥିତ ଯୁବରେଡକ୍ରସର ପ୍ରଶିକ୍ଷଣାର୍ଥୀଙ୍କୁ ମାନପତ୍ର ଓ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ୩ଦିନ ଧରି ଚାଲିଥିବା ଏହି ପ୍ରଶିକ୍ଷଣ ଶିବିରକୁ ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ମିତାଲି ମିତ୍ର ରେଡକ୍ରସ ପତାକା ଉତ୍ତୋଳନ କରି ଉଦଘାଟନ କରିଥିଲେ। ମହାବିଦ୍ୟାଳୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ପ୍ରଦୀପ୍ତ କୁମାର ସାହୁ, କଟକ କେନ୍ଦ୍ରିୟ ରେଡକ୍ରସ ରକ୍ତଭଣ୍ଡାରର ନିର୍ଦ୍ଦେଶକ ଚନ୍ଦ୍ରିକା ପ୍ରସାଦ ଦାସ, ଯୁବରେଡକ୍ରସର ରାଜ୍ୟ ସଂଯୋଜକ ଗୋପାଳକୃଷ୍ଣ ମିଶ୍ର, ରାଜ୍ୟ ଆରସିଟି ପର୍ଯ୍ୟବେକ୍ଷକ ଅଞ୍ଜଳି ଦାସ, ଜାତୀୟ ପ୍ରଶିକ୍ଷକ (ପ୍ରାଥମିକ ଚିକିତ୍ସା)ବିଳାସ କୁମାର ଦାସ, ସାମ୍ବାଦିକ ଶ୍ୱେତକାନ୍ତ ବେହେରା, ରେଡକ୍ରସ ପରାମର୍ଶଦାତା ତଥା ପ୍ରିଶିକ୍ଷିକା ଅମିତାବାଳା ପାତ୍ର ଅତିଥି ଭାବରେ ଯୋଗଦେଇ ଉପସ୍ଥିତ ଯୁବରେଡକ୍ରସ ଶିକ୍ଷାର୍ଥୀଙ୍କୁ ମୂଲ୍ୟବାନ ପରାମର୍ଶ ପ୍ରଦାନ କରିଥିଲେ । ମହାବିଦ୍ୟାଳୟର ଯୁବରେଡକ୍ରସ ପରାମର୍ଶଦାତା, ବରିଷ୍ଠ ଅଧ୍ୟାପିକା ଶିବାନୀ ପଣ୍ଡା କାର୍ଯ୍ୟକ୍ରମର ଆଭିମୁଖ୍ୟ ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆଠଗଡ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟ ଓ ଆଠଗଡ ଗୋପବନ୍ଧୁ ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟ, ଆଠଗଡ ଗୋପବନ୍ଧୁ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ବାଳିସ୍ଥିତ ଶ୍ରୀ ଶ୍ରୀ ଧବଳେଶ୍ୱର ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟର ଯୁବ ପ୍ରଶିକ୍ଷକ ତଥା ସ୍ୱେଚ୍ଛାସେବୀମାନେ ଅଂଶଗ୍ରହଣ କରି ପ୍ରଶିକ୍ଷଣ ନେଇଥିଲେ । ଏଥିରେ ରେଡକ୍ରସ ଇତିହାସ, ଆଧୁନିକ ଚିକିତ୍ସା, ସଡକ ସୁରକ୍ଷା, ବିପର୍ଯ୍ୟୟ ପରିଚାଳନା, ଏଡ୍ସ ସଚେତନତା ଓ ରକ୍ତଦାନ ସଚେତନତା ଆଦି ସଂପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା । ଆଠଗଡ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟ ଯୁବରେଡକ୍ରସ ପରାମର୍ଶଦାତା ଅଧ୍ୟାପିକା ଡଃ ଗାୟତ୍ରୀବାଳା ତ୍ରିପାଠୀ, ଆଠଗଡ ଗୋପବନ୍ଧୁ ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟାପିକା ତଥା ଯୁବରେଡକ୍ରସ ପରାମର୍ଶଦାତା ଅର୍ପିତା ଜେନା, ଆଠଗଡ ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବରେଡକ୍ରସ ପରାମର୍ଶଦାତା ତଥା ଅଧ୍ୟାପିକା ପୁଷ୍ପା ମଞ୍ଜରୀ ଦାସ ପ୍ରମୁଖ ଶିବିରରେ ସହଯୋଗ କରିଥିଲେ। ବାଳିସ୍ଥିତ ଶ୍ରୀ ଶ୍ରୀ ଧବଳେଶ୍ୱର ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟର ଯୁବରେଡକ୍ରସ ପରାମର୍ଶଦାତା ପ୍ରାଧ୍ୟାପକ ରଶ୍ମୀରଞ୍ଜନ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories