www.samajalive.in
Sunday, December 7, 2025
26.1 C
Bhubaneswar

ଚଟପଟା ମସଲା ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
କଟା ପିଆଜ – ୩ଟି
ଆଲମଣ୍ଡ – ୫୦ ଗ୍ରାମ
ଦହି – ୧କପ
ଘିଅ – ୧କପ
ଅଦା ରସୁଣ ବଟା – ୨ଚାମଚ
କଟା ଅଦା – ଅଳ୍ପ
କଞ୍ଚା ଲଙ୍କା – ୨ଟି
ଲଙ୍କା ଗୁଣ୍ଡ – ୧ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
କସ୍ତୁରୀ ମେଥି – ଅଳ୍ପ
ଗୋଟା ଧନିଆ
ଗୋଲମରିଚ – ଅଳ୍ପ
ଲବଙ୍ଗ – ଅଳ୍ପ
ଜିରା – ଅଳ୍ପ
ଶୁଖିଲା ଲଙ୍କା – ୩ଟି
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏଥିରେ ଦହି, ହଳଦୀ ଗୁଣ୍ଡ, ଅଳ୍ପ ଲୁଣ, ଲଙ୍କା ଗୁଣ୍ଡ, ଅଦା ରସୁଣ ବଟା ଗୋଳାଇ ରଖନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇରେ ଆଲମଣ୍ଡ, ଶୁଖିଲା ଲଙ୍କା, ଧନିଆ, ଜିରା, ଲବଙ୍ଗ, ଗୋଲମରିଚକୁ ଭାଜି ଦିଅନ୍ତୁ। ଭାଜିବା ପରେ ଏହାକୁ ପେଷି ମସଲା ପ୍ରସ୍ତୁତ କରି ରଖନ୍ତୁ। ପୁଣି ଗ୍ୟାସରେ ଆଉ ଏକ କଡ଼େଇ ବସାଇ ଘିଅ ଗରମ କରନ୍ତୁ। ଘିଅ ଗରମ ହେବା ପରେ ଏଥିରେ କଟା ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହେଲେ ଏହାକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ସେହି ଗରମ ଘିଅରେ ଚିକେନକୁ ପକାଇ ଭାଜନ୍ତୁ। ଚିକେନ ଭଲ ଭାବେ ଭାଜି ହୋଇଗଲେ ଏଥିରେ ଗୁଣ୍ଡ କରି ରଖିଥିବା ମସଲାକୁ ପକାଇ କଷନ୍ତୁ। କଷି ହେବା ପରେ ଭାଜି ରଖିଥିବା ପିଆଜ, ଲୁଣ, ଦହି ପକାଇ, ୧କପ ପାଣି ଦେଇ ୫ ମିନିଟ ଫୁଟାନ୍ତୁ। ପ୍ରସ୍ତୁତ ହୋଇଗଲା ଚଟପଟା ମସଲା ଚିକେନ। ଏହା ପରେ ଏହାକୁ ଏକ ପାତ୍ରକୁ କାଢି ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories