www.samajalive.in
Sunday, December 7, 2025
26.1 C
Bhubaneswar

କଞ୍ଚା ଲଙ୍କା ଚିକେନ ମସଲା

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
ପିଆଜ – ୨ଟି
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଲେମ୍ବୁ ରସ – ଅଳ୍ପ
ଲୁଣ – ଆବଶ୍ୟକ ଅନୁଯାୟୀ
ଅଦା ରସୁଣ ବଟା – ୪ଚାମଚ
କଞ୍ଚା ଲଙ୍କା – ୪ଟି
ତେଲ – ଆବଶ୍ୟକ ଅନୁଯାୟୀ
ପେଷା ଟମାଟୋ – ୧କପ
ଗରମ ମସଲା – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଜିରା ଗୁଣ୍ଡ, ଲୁଣ, ଲେମ୍ବୁ ରସ, ଜିରା ଗୁଣ୍ଡ, ଅଦା ରସୁଣ ବଟା ଭଲ ଭାବେ ମିଶାଇ ୧ ଘଣ୍ଟା ରଖି ଦିଅନ୍ତୁ। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ କଟା ପିଆଜକୁ ପକାଇ ଭଲ ଭାବେ ଭାଜନ୍ତୁ। ଭାଜି ହୋଇଗଲେ ପିଆଜକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଏହି ତେଲରେ ଗୋଳାଇ ରଖିଥିବା ଚିକେନକୁ ପକାଇ ଭଲ ଭାବେ ଭାଜନ୍ତୁ। ଚିକେନ ଭାଜି ହୋଇଗଲେ ଆଞ୍ଚ ବନ୍ଦ କରି ଦିଅନ୍ତୁ। ଏହାପରେ ପୁଣି ଗ୍ୟାସରେ ଆଉ ଏକ ପାତ୍ର ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହୋଇଗଲେ ଏଥିରେ ପିଆଜ, କଞ୍ଚା ଲଙ୍କା, ପେଷା ଟମାଟୋ, ଲୁଣ ପକାଇ କଷନ୍ତୁ। କଷିବା ପରେ ପୂର୍ବରୁ ପ୍ରସ୍ତୁତ ଚିକେନ, ଗରମ ମସଲା ସାମନ୍ୟ ପାଣି ଦେଇ ଭଲ ଭାବେ ଗୋଳାନ୍ତୁ। କିଛି ସମୟ ପରେ ଏହାକୁ ଗ୍ୟାସରୁ ଏକ ପାତ୍ରକୁ କାଢି କଟା ଧନିଆପତ୍ର, ଭଜା ପିଆଜ ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଞ୍ଚା ଲଙ୍କା ଚିକେନ ମସଲା ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories