www.samajalive.in
Saturday, December 6, 2025
16.1 C
Bhubaneswar

ସୁଆଦିଆ ମାଛ ତରକାରୀ

ଆବଶ୍ୟକ ସାମଗ୍ରୀ
ମାଛ – ୬ ଖଣ୍ଡ ( କଣ୍ଟା ବାହାର କରାଯାଇଥିବା )
ବଟର – ୧କପ ରୁ କମ
ଶୁଖିଲା ଲଙ୍କା – ୩ଟି
ଦହି – ଅଧା କପ
ପେଷା ଟମାଟୋ – ୧ଟି
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ଚାମଚ
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ଚିନି – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପାଣି – ଆବଶ୍ୟକ ପରିମାଣରେ
ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମାଛକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ ଗୋଳାଇ ରଖିଦିଅନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ମାଛକୁ ତେଲରେ ଭଲ ଭାବେ ଭାଜି ଦିଅନ୍ତୁ। ମାଛ ଭାଜି ହୋଇଗଲେ ଏହାକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଗ୍ୟାସରେ ଆଉ ଏକ କଡ଼େଇ ବସାଇ ଏଥିରେ ବଟର ଗରମ କରନ୍ତୁ। ବଟର ଗରମ ହେବା ପରେ ଶୁଖିଲା ଲଙ୍କା, ଅଦା ରସୁଣ ବଟା ପକାଇ କଷନ୍ତୁ। ମସଲା କଷି ହେବା ପରେ ଏଥିରେ ପେଷା ଟମାଟୋ ପକାଇ ପୁଣି କଷନ୍ତୁ। ଭଲ ଭାବେ କଷି ହୋଇଗଲେ ଏଥିରେ ଜିରା ଗୁଣ୍ଡ, ଗରମ ମସଲା, ଲଙ୍କା ଗୁଣ୍ଡ, ଲୁଣ , ଅଳ୍ପ ଚିନି ପକାଇ ପୁଣି କଷନ୍ତୁ। ମସଲା କଷି ହୋଇଗଲେ ଏଥିରେ ଦହି ପକାଇ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ଭଜା ମାଛକୁ ପକାଇ ଆବଶ୍ୟକ ପାଣି ଦିଅନ୍ତୁ। ୫ ରୁ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ନିର୍ଦ୍ଧାରିତ ସମୟ ପରେ ମାଛକୁ ଏକ ପାତ୍ରକୁ କାଢି ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସୁଆଦିଆ ମାଛ ତରକାରୀ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories