www.samajalive.in
Tuesday, December 9, 2025
16.1 C
Bhubaneswar

ଗୁଣ୍ଡ ମସଲା ଖଟାମିଠା ଚିକେନ ଛଣା

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
ଲୁଣ – ଆବଶ୍ୟକ ପରିମାଣରେ
ଜିରା ଗୁଣ୍ଡ – ୧ଚାମଚ
ଧନିଆ ଗୁଣ୍ଡ – ୧ଚାମଚ
ଲଙ୍କା ଗୁଣ୍ଡ – ୧ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ଚାମଚ
ଗୋଲମରିଚ ଗୁଣ୍ଡ – ଅଳ୍ପ
ଲେମ୍ବୁ ରସ – ୨ଚାମଚ
ଦହି – ଅଳ୍ପ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ୨ ଚାମଚ
ବେସନ – ଅଳ୍ପ
କର୍ଣ୍ଣଫ୍ଲୋର – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏକ ପାତ୍ରରେ ରଖନ୍ତୁ। ଏବେ ଏଥିରେ ଲୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଗରମ ମସଲା, ଗୋଲମରିଚ ଗୁଣ୍ଡ ,ଲେମ୍ବୁ ରସ, ଦହି, ଅଦା ରସୁଣ ବଟା, ବେସନ ,କର୍ଣ୍ଣଫ୍ଲୋର, ଅଳ୍ପ ତେଲ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଗୋଳାଇବା ପରେ ଏହାକୁ ୧ ଘଣ୍ଟା ରଖି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳା ହୋଇ ରହିଥିବା ଚିକେନକୁ ଭଲ ଭାବେ ଛାଣି ଦିଅନ୍ତୁ। ଛାଣିବା ପରେ ଏକ ପାତ୍ରକୁ କାଢି କଟା ପିଆଜ ଓ ଲେମ୍ବୁ ରଖି ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଗୁଣ୍ଡ ମସଲା ଖଟାମିଠା ଚିକେନ ଛଣା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories