www.samajalive.in
Sunday, December 7, 2025
14.1 C
Bhubaneswar

ନଡ଼ିଆ କୋରା ମଟନ

ଆବଶ୍ୟକ ସାମଗ୍ରୀ
ମଟନ – ୪୦୦ ଗ୍ରାମ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପିଆଜ – ୩ଟି (କଟା)
ପେଷା ଟମାଟୋ – ୧କପ
ନଡ଼ିଆ – ୧କପ
କଞ୍ଚାଲଙ୍କା – ୨ଟି
ଅଦା ରସୁଣ ବଟା – ୪ ଚାମଚ
ଧନିଆ ଗୁଣ୍ଡ – ଅଳ୍ପ
ଗରମ ମସଲା – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମଟନକୁ ଧୋଇ ଦିଅନ୍ତୁ। ଏହାପରେ ଟମାଟୋ, ପିଆଜକୁ, କଞ୍ଚା ଲଙ୍କାକୁ ଭଲ ଭାବେ କାଟି ଦିଅନ୍ତୁୁ। ଏହାପରେ ଗ୍ୟାସରେ କୁକର ଲଗାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପିଆଜ ପକାଇ ଭଲ ଭାବେ ଭାଜନ୍ତୁ। ଏହାପରେ ଏଥିରେ ଅଦା ରସୁଣ ବଟା ପକାଇ ଭଲ ଭାବେ କଷନ୍ତୁ। ଏବେ ଟମାଟୋ ପକାଇ କଷନ୍ତୁ। ଏହାପରେ ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ, ଗରମ ମସଲା, ଧନିଆ ଗୁଣ୍ଡ, ପକାଇ ପୁଣି କଷନ୍ତୁ। ଏବେ ଏଥିରେ ମଟନ ଓ ପାଣି ଦେଇ ସିଟି ଦିଅନ୍ତୁ। ଏବେ ଗ୍ୟାସରେ ଆଉ ଏକ କଡ଼େଇ ବସାଇ ନଡ଼ିଆ କୋରା ପକାଇ ଭାଜନ୍ତୁ। ଭାଜିବା ପରେ ଏହାକୁ ପେଷି ଦିଅନ୍ତୁ। ପେଷିବା ପରେ ଏହାକୁ ପ୍ରସ୍ତୁତ ମଟନରେ ପକାଇ ଗୋଳାନ୍ତୁ। ପ୍ରସ୍ତୁତ ହୋଇଗଲା ନଡ଼ିଆ କୋରା ମଟନ।

ପିତୃପକ୍ଷରେ ଚନ୍ଦ୍ରଗ୍ରହଣ ; ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ,ଅଶୁଭ..

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories