www.samajalive.in
Saturday, December 6, 2025
26.1 C
Bhubaneswar

ଥରେ ପ୍ରସ୍ତୁତ କରନ୍ତୁ ଏହି ସ୍ୱାଦିଷ୍ଟ ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ଜିରା ଗୁଣ୍ଡ – ଅଳ୍ପ
ଚାର୍ଟ ମସଲା – ଅଳ୍ପ
ଲେମ୍ବୁ ରସ – ଅଳ୍ପ
ଧନିଆ ପତ୍ର – ଅଳ୍ପ
କଟା ପିଆଜ – ୨ଟି
ବଟର – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏହା ପରେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ତେଲ, ଅଦା ରସୁଣ ବଟା, ଚାର୍ଟ ମସଲା, ଜିରା ଗୁଣ୍ଡ ପକାଇ ଭଲ ଭାବେ ଗୋଳାଇ ୧ ଘଣ୍ଟା ରଖନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳାଇ ରଖିଥିବା ଚିକେନକୁ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏହାକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଏହି ଛଣା ଚିକେନ ଉପରେ ବଟର ଲଗାଇ ଏହାକୁ ଗ୍ୟାସରେ ଭଲ ଭାବେ ସେକନ୍ତୁ। ଏବେ ଏକ ପାତ୍ରରେ କଟା ପିଆଜ, ଧନିଆ ପତ୍ରକୁ ପକାଇ ଚିକେନକୁ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ଚିକେନ। ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories