www.samajalive.in
Sunday, December 7, 2025
13.1 C
Bhubaneswar

ଖାଆନ୍ତୁ ଏହି ସ୍ୱାଦିଷ୍ଟ ଚିକେନ

ଆବଶ୍ୟକ ସାମଗ୍ରୀ ଚିକେନ – ୨୫୦ ଗ୍ରାମ
ଅଦା ରସୁଣ ବଟା – ୩ ଚାମଚ
ଡ଼ାଲଚିନି ଗୁଣ୍ଡ – ୧ ଚାମଚରୁ କମ
ମଇଦା – ୨ ଚାମଚ
କଟା ପିଆଜ – ୩ଟି
ଲବଙ୍ଗ – ୨ଟି
ଲେମ୍ବୁ ରସ – ୧ ଚାମଚ
ଅଣ୍ଡା – ୨ଟି
କେସର – ସାମାନ୍ୟ
ଲୁଣ – ଆବଶ୍ୟକ ପରିମାଣରେ
ପୁଦିନା ପତ୍ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଗରମ ପାଣିରେ ୧୦ ମିନିଟ ବତୁରାଇ ରଖନ୍ତୁ। ୧୦ ମିନିଟ ପରେ ଏହାକୁ ଏକ ପାତ୍ରକୁ କାଢି ଅଦା ରସୁଣ ବଟା, ଲେମ୍ବୁ ରସ, ଡ଼ାଲଚିନି ଗୁଣ୍ଡ, ଲୁଣ , ଲବଙ୍ଗ ଗୋଳାଇ ଦିଅନ୍ତୁ। ଏହାପରେ ଏଥିରେ ମଇଦା, ପିଆଜ, ଅଣ୍ଡାକୁ ଭାଙ୍ଗି ପକାଇ ଭଲ ଭାବେ ମିଶାଇ ଦିଅନ୍ତୁ। ଏହାକୁ ବର୍ତ୍ତମାନ ପତଳା ଲୁହାରେ (ଲମ୍ବା ଆକୃତି)ର ଖଞ୍ଜି ଚିକେନ ଖଣ୍ଡ ଲଗାଇ କୋଇଲା ଆଞ୍ଚ ଅଥବା ଗ୍ୟାସର ଆଞ୍ଚରେ ସିଧାସଳଖ ପ୍ରସ୍ତୁତ କରନ୍ତୁ। ଏହାପରେ ଏହାକୁ ଏକ ପାତ୍ରକୁ କାଢି କଟା ପିଆଜ, ପୁଦିନା ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ଚିକେନ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories