ଗଞ୍ଜାମ : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠରେ ଗଞ୍ଜାମ ଜିଲ୍ଲା ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଯୁବ ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳ ସ୍ବେଛାସେବୀ ଅନୁଷ୍ଠାନ ଦିଗଦର୍ଶନ ୟୁଥ କ୍ଳବ ଆନୁକୂଲ୍ୟରେ ଏନ ୱାଇ କେ ଏସ ର ଜିଲ୍ଲା ସଂଯୋଜକ ଅକ୍ଷୟ ଭାସ୍କର ନିପାଣେଙ୍କ ପରାମର୍ଶକ୍ରମେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦିକା ବିଜୟଲକ୍ଷ୍ମୀ ମହାଙ୍କୁଡ଼ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥିଭାବେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଯୋଗଦେଇ ଅନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। କଟକ ଏମଏସଏମଇ ବିଭାଗୀୟ ସହକାରୀ ନିର୍ଦେଶକ ସନ୍ତୋଷ କୁମାର ସାହୁ, ଗଞ୍ଜାମ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ପ୍ରାଧ୍ୟାପକ ଅମର ପ୍ରସାଦ ବିଷୋୟୀ, ଭାରତୀ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ଅଭିମନ୍ୟୁ ଜେନା, ଏବିଇଓ ବିଜୟ ଚନ୍ଦ୍ର ବେହେରା, ହାସ୍ୟ ଅଭିନେତା ତଥା ଖେଳ ପ୍ରଶିକ୍ଷକ ପ୍ରୀତି ରଞ୍ଜନ ପ୍ରଧାନ, ସମାଜସେବୀ ଟୁନା ମହାରଣା ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ପଞ୍ଚପ୍ରାଣ ଅମୃତ କାଲ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଅନୁଷ୍ଠାନର ସଭାପତି ଉମାକାନ୍ତ ବେହେରା ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ପାଞ୍ଚପ୍ରାଣ, ଦେଶ ସ୍ବାଧୀନତା ସମ୍ପର୍କିତ ବକୃତା, ଏକକ ଓ ଦଳଗତ ନୃତ୍ୟ ଓ ସଙ୍ଗୀତ ପ୍ରତିଯୋଗିତା ସ୍ଥାନୀୟ ଅଂଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଶେଷରେ ଅତିଥି ମାନଙ୍କ ଦ୍ୱାରା କୃତି ପ୍ରତିଯୋଗୀ ମାନଙ୍କୁ ସମ୍ମାନିତ କରାଯାଇଥିଲା। ଗଞ୍ଜାମ ପ୍ରେସ କ୍ଳବ ସଭାପତି ଶବର କୁମାର ତରାଇ, କୋଷାଧ୍ୟକ୍ଷ ପ୍ରଦୀପ କୁମାର ପଣ୍ଡା, ଶିକ୍ଷାବିତ ବିରେନ ପ୍ରାଧାନ, ଅନୁଷ୍ଠାନର ଉପସଭାପତି ରାକେଶ କୁମାର ନାୟକ, ସହ ସମ୍ପାଦକ ସୁଦର୍ଶନ ପାଢ଼ୀ, ଶ୍ରୀଚନ୍ଦନ ନାୟକ, ଗଞ୍ଜାମ ବ୍ଲକ ଜାତୀୟ ଯୁବ ସ୍ବେଛାସେବୀ ସୁଶ୍ରୀ ବିଷ୍ଣୁପ୍ରିୟା, କାଳିଆ ବେହେରା ସୁପରିଚାଳନାରେ ସହଯୋଗ କରିଥିଲେ। ସୁନିଲ ବେହେରା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।
Comments are closed.