www.samajalive.in
Monday, December 15, 2025
14.1 C
Bhubaneswar

ଜିଲାସ୍ତରୀୟ ଯୁବ ଉତ୍ସବ-୨୦୧୯ ଉଦ୍‌ଘାଟିତ

ଯାଜପୁର : ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୨ଦିନିଆ ଜିଲାସ୍ତରୀୟ ଯୁବ ଉତ୍ସବ-୨୦୧୯ ଉଦ୍‌ଘାଟିତ ହୋଇଛି। ସହକାରୀ ଜିଲାପାଳ ତିଳୋତ୍ତମା ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଜିଲା ପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତି ଏହି ଉତ୍ସବକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ନାରାୟନ ଚନ୍ଦ୍ର ଧଳ, କ୍ରୀଡ଼ା ଅଧିକାରୀ ଫକୀର ମୋହନ ଟୁଡୁ, ସଂସ୍କୃତି ଅଧିକାରୀ ସନ୍ତୋଷ କୁମାର ସେଠୀ ପ୍ରମୁଖ ଯୋଗ ଦେଇ ଦକ୍ଷତାର ବିକାଶ କଲେ ସଫଳତା ମିଳିଥାଏ ବୋଲି କହିଥିଲେ। ଏଥିରେ ଜିଲାର ୧୦ଟି ବ୍ଲକର ୩୦୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଲୋକନୃତ୍ୟ, ଲୋକଗୀତ, ତବଲା ଆଦି ବିଭିନ୍ନ ବିଭାଗରେ ଭାଗ ନେଇଛନ୍ତି। ଏଥିରେ ପ୍ରତ୍ୟେକ ବିଭାଗର କୃତି ପ୍ରତିଯୋଗୀମାନେ ଭଦ୍ରକରେ ଅନୁଷ୍ଠିତ ହେଉଥିବା ୨୫ତମ ରାଜ୍ୟସ୍ତରୀୟ ଯୁବ ମହୋତ୍ସବରେ ଅଂଶ ଗ୍ରହଣ କରିବାର ସୁଯୋଗ ପାଇବେ। ସଙ୍ଗୀତ ନର୍ଦ୍ଦେଶକ ଦିନେଶ ମଲ୍ଲିକ ଓ ସହକାରୀ ଜିଲାପାଳ ଉମେଶ ଲେଙ୍କା ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories