www.samajalive.in
Saturday, December 6, 2025
16.1 C
Bhubaneswar

କିମ୍ବଦନ୍ତୀ ପାକ୍ କ୍ରିକେଟର ଆଇସିୟୁରେ ଭର୍ତ୍ତି

ନୂଆଦିଲ୍ଲୀ: ପାକିସ୍ତାନର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ଜହୀର ଅବ୍ବାସଙ୍କୁ ଲଣ୍ଡନର ଏକ ଘରୋଇ ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଛି। ଜହୀର କରୋନାରେ ପୀଡ଼ିତ ଥିଲେ, ଯାହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ୭୪ ବର୍ଷିୟ ଅବ୍ବାସଙ୍କୁ ପ୍ୟାଡିଙ୍ଗଟନ୍‌ର ସେଣ୍ଟ ମେରି ହସ୍ପିଟାଲରେ ଭର୍ତ୍ତି ହେବାର ତିନି ଦିନ ପରେ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି।

ତାଙ୍କ ସମୟର ଅନ୍ୟତମ ପ୍ରତିଭାବାନ୍ ବ୍ୟାଟ୍ସମ୍ୟାନ୍ ଅବ୍ବାସ ଦୁବାଇରୁ ଲଣ୍ଡନ ଯାତ୍ରା ସମୟରେ କରୋନା ସଂକ୍ରମିତ ହୋଇଥିଲେ। ସେ ଯନ୍ତ୍ରଣା ଅନୁଭବ କରିଥିଲେ ଏବଂ ଲଣ୍ଡନରେ ପହଞ୍ଚିବା ପରେ ନିମୋନିଆରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସେ ଡାଏଲିସିସରେ ଅଛନ୍ତି ଏବଂ ଡାକ୍ତରମାନେ ତାଙ୍କୁ ଲୋକଙ୍କ ସହ ସାକ୍ଷାତ ନକରିବାକୁ ପରାମର୍ଶ ଦେଇଛନ୍ତି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories